ବଙ୍ଗୋପସଗାରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତର ରୂପ ନେବ । ୨୬ତାରିଖରେ ଗଭୀର ଅବପାତରେ ପରିଣତ ହେବା ପରେ ୨୭ତାରିଖରେ ବାତ୍ୟାରେ ପରିଣତ ହେବ । ହେଲେ ଏହି ବାତ୍ୟା ଓଡ଼ିଶାରେ କୌଣସି କ୍ଷତି ପହଞ୍ଚାଇବ ନାହିଁ । ବାତ୍ୟା ଆନ୍ଧ୍ରପ୍ରଦେଶ ମୁହାଁ ହେଉଥିବା ବେଳେ କେଉଁଠି ସ୍ଥଳଭାଗ ଛୁଇଁବ ତାହା ନେଇ ଆକଳନ କରାଯାଇନାହିଁ । ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ।ସମ୍ଭାବ୍ୟ ବାତ୍ୟା ଯୋଗୁଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି।
ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା






