ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ଚାଲିଗଲା ମହିଳାଙ୍କ ଜୀବନ । ଜଗତସିଂହପୁର ଜଣେ ଗୁରୁତର ରୋଗୀକୁ କଟକ ସ୍ଥାନାନ୍ତରିତ କରାଯାଉଥିବା ସମୟରେ ଅକ୍ସିଜେନ ନଥିବାରୁ ମହିଳା ରୋଗୀଙ୍କର ଜୀବନ ଚାଲିଯାଇଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଉତ୍ୟକ୍ତ ଲୋକେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିବା ସହ ଜଗତସିଂହପୁର ସଦର ଥାନା ପୋଲିସର ଜିମା ଦେଇଛନ୍ତି । ଏହି ଘଟଣା ପରେ ଆମ୍ବୁଲାନ୍ସ ଚାଳକ ଫେରାର ହୋଇ ଯାଇଛି ।ବର୍ତ୍ତମାନ ଉକ୍ତ ଆମ୍ବୁଲାନ୍ସକୁ ଜଗତସିଂହପୁର ଥାନାରେ ଅଟକ ରଖାଯାଇଛି । ଜଗତସିଂହପୁର ଥାନା ଅଳା ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣଖଣ୍ଡ ଗାଁର ୫୮ ବର୍ଷୀୟ ମହିଳା କମଳା ପଣ୍ଡା ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ତାଙ୍କୁ ଜଗତସିଂହପୁର ମେଡିକାଲରେ ଭର୍ତ୍ତି କରିଥିଲେ ପରିବାର ଲୋକେ । ସେଠାରୁ ମା କୁତାମଚଣ୍ଡୀ ନାମକ ଏକ ଘରୋଇ ଆମ୍ବୁଲାନ୍ସରେ କଟକ ସ୍ଥାନାନ୍ତରିତ ହେଉଥିବା ସମୟରେ ବାଟରେ ରୋଗୀକୁ ଅକ୍ସିଜେନର ଆବଶ୍ୟକ ପଡିଥିଲା । ମାତ୍ର ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ମହିଳାଙ୍କ ମୃତ୍ୟୁ ହୋଇଛି ।ଏହି ଘଟଣା ପରେ ଉତ୍ୟକ୍ତ ଲୋକେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିବା ସହ ଜଗତସିଂହପୁର ସଦର ଥାନା ପୋଲିସର ଜିମା ଦେଇଥିଲେ ।
ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ଚାଲିଗଲା ମହିଳାଙ୍କ ଜୀବନ






