ଆସନ୍ତାକାଲିଠାରୁ ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବ । ବିଧାନସଭା ପରିସରରେ ଓ ବାହାରେ ପାଖାପାଖି ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହେବେ । ବିଧାନସଭା ସମେତ ଲୋୟର ପିଏମ୍ଜିକୁ ପୁଲିସ ଛାଉଣି କରାଯିବ ।ଏହାସହ ଯେକୌଣସି ପରିସ୍ଥିତର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ଏଥର ସରଗରମ ରହିବ ପୁରା ଅଧିବେଶନ। ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ପୋଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ରହି ସୁରକ୍ଷା ଯାଞ୍ଚ କରିଥିଲେ। ବିଶେଷ କରି ଆନ୍ଦୋଳନକାରୀଙ୍କୁ ରୋକିବା ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି ଗ୍ରହଣ କରାଯାଇଛି । ତେବେ କରାଯାଇଥିବା ବ୍ୟବସ୍ଥା ଉପରେ ପ୍ରତିକ୍ରିୟା ଦେଇ ପୁଲିସ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଓ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂହ କହିଛନ୍ତି ଯେ, ସୁରକ୍ଷାକୁ ଦୃଷ୍ଟି ରଖି ୩୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯିବା ସହ ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ଵାର୍ଡ, ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି। କଣ୍ଟ୍ରୋଲ୍ ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା। ୧୫୦ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ। ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି।






