ଏ.କେ ବ୍ୟୁରୋ : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୭,୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୩, ୯୫୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୭,୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୩,୯୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୭,୦୪୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୩, ୯୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୭,୧୯୦ ଟଙ୍କା ଓ ୨୨ କ୍ୟାରଟେ ୧,୪୪,୧୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୯,୬୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୬,୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୭,୦୪୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୩, ୯୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୦,୦୦୦ ଟଙ୍କା ହୋଇଛି ।
କମେିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତବେେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।






