ଏ.କେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ବିଦ୍ୟାଳୟ ଛୁଟି ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଛି। ଦଶହରା ଛୁଟି ଅକ୍ଟୋବର ୧୭ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୨୬ ତାରିଖ ପର୍ଯ୍ୟନ୍ତ ରହିଥିଲା। ଏହାପରେ ବାତ୍ୟା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଛୁଟି ଅବଧି ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା।

ତେବେ ବନ୍ୟା ଯୋଗୁଁ କ୍ଷତିଗ୍ରସ୍ତ ବିଦ୍ୟାଳୟଗୁଡ଼ିକର ମରାମତି ଓ ଆବଶ୍ୟକୀୟ କାର୍ଯ୍ୟ ପାଇଁ ଆଜି, ନଭେମ୍ବର ୪ ତାରିଖ ବୁଧବାର ଦିନ ମଧ୍ୟ ଜିଲ୍ଲାର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବନ୍ଦ ରହିବ। ଏହି ନିଷ୍ପତ୍ତି ଫଳରେ ଜିଲ୍ଲାର ସମସ୍ତ ବିଦ୍ୟାଳୟରେ ଶିକ୍ଷାଦାନ କାର୍ଯ୍ୟ ବନ୍ଦ ରହିବ।






