ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି । ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ପହଞ୍ଚିଲେ ରାଜ୍ୟପାଳ । ସ୍ୱାସ୍ଥ୍ୟାବସ୍ଥା କିପରି ଅଛି ସେନେଇ ପଚାରି ବୁଝିଲେ ରାଜ୍ୟପାଳ । ନିକଟରେ ଏକ ଘରୋଇ ହସ୍ପିଟାଲରେ ଡିହାଇଡ୍ରେସନ୍ ହୋଇଥିବାରୁ ଚିକିତ୍ସିତ ହୋଇ ଫେରିଥିଲେ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ।ସେହିପରି ପ୍ରଧାନମନ୍ତ୍ରୀ ବି ଫୋନ କଲ୍ ଜରିଆରେ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ ।
ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି






