ବର୍ଷାରେ ଭିଜିବ ଦଶହରା। ଲଘୁଚାପ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହାର ପ୍ରଭାବରେ ଭିଜିବ ଦଶହରା। ୨ ତାରିଖରେ ଅବପାତରେ ପରିଣତ ହୋଇପାରେ ଏବଂ ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ଉପକୂଳ ଛୁଇଁ ପାରେ। ୩ ତାରିଖରେ ଏହା ଉପକୂଳ ଛୁଇଁବାକୁ ଥିବାରୁ ସେତେବେଳକୁ ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ଅନୁଭୂତ ହୋଇପାରେ। ପ୍ରବଳ ବର୍ଷା ସହିତ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
ବର୍ଷାରେ ଭିଜିବ ଦଶହରା: ୪ ଦିନ ଯାଏ ପ୍ରବଳ ବର୍ଷା






