ଆଗକୁ ଆସୁଛି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ। ପାର୍ବଣ ଋତୁରେ ନିରାପତ୍ତା ଓ ସୁରକ୍ଷା ନେଇ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ବେଆଇନ ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ-ଡିଜିପି






