ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ୧୪ଟି ଜିଲ୍ଲାରେ ଏହି ପ୍ରସ୍ତାବିତ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଅତିରିକ୍ତ ୨୪୧୬୨ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ । ପ୍ରକଳ୍ପ ଗୁଡିକ ହେଲା ମେକାନିକାଲ ଓ ଇଲେକ୍ଟ୍ରିକାଲ କ୍ୟାପିଟାଲ ଗୁଡସ୍, ଫୁଡ୍ ପ୍ରୋସେସିଂ,ପ୍ୟାକେଜିଂ, ଟେକ୍ସଟାଇଲ, ବାୟୋଫୁଏଲ, ଗ୍ରୀନ୍ ଏନର୍ଜି ଉପକରଣ,ଷ୍ଟିଲ (ଡାଉନଷ୍ଟ୍ରିମ), ପ୍ଲାଷ୍ଟିକ, ଫୁଡ୍, ମୃଦୁପାନୀୟ, ଆଗ୍ରୋ ପ୍ରୋସେସିଂ, ଅକ୍ଷୟ ଶକ୍ତି, ଫାର୍ମାସ୍ୟୁଟିକାଲ, ପର୍ଯ୍ୟଟନ ଆଦି କ୍ଷେତ୍ରର ୩୧ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ତେବେ ଖୋର୍ଦ୍ଧା, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, ବାଲେଶ୍ୱର, ରାୟଗଡ଼ା, ଢେଙ୍କାନାଳ, ପୁରୀ, ପାରାଦୀପ, କୋରାପୁଟ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ।
୪୯୫୪ କୋଟି ଟଙ୍କାର ୩୧ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ






