ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ସମଲ ଥାନା ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥର ବୁରୁକୁନା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୁନ୍ଦରଗଡ଼ରୁ ପୁରୀ ଅଭିମୁଖେ ଯାଉଥିବା ବସ୍ଟି ଭାରସାମ୍ୟ ହରାଇ ଦୁର୍ଘଟଣାରେ ପଡ଼ିଥିବା ସୂଚନା ମିଳିଛି।
ଘଟଣାର ଖବର ପାଇ ସମଲ ଓ ଖମାର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୁର୍ଘଟଣାରେ ୨୪ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ବୋଲି ଜଣାପଡ଼ିଛି।

ଆହତମାନଙ୍କୁ ପ୍ରଥମେ ଉଦ୍ଧାର କରି ଖମାର ସରକାରୀ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ପଠାଯାଇଥିବା ବେଳେ, ଗୁରୁତର ଆହତମାନଙ୍କୁ ଅଧିକ ଚିକିତ୍ସା ପାଇଁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନଥିବା ବେଳେ, ସମଲ ଓ ଖମାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅଧିକ ତଦନ୍ତ ଜାରି ରଖିଛନ୍ତି।
ଅନୁଗୋଳ ରୁ ଶ୍ୟାମଘନ ନାଏକ ଙ୍କ ରିପୋର୍ଟ ଆପଣଙ୍କ ଖବର






