A.K ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି । ୨୦୨୭ ରେ ହେବ ପଞ୍ଚାୟତ ନିର୍ବାଚନ । ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ । ଚଳିତ ଏପ୍ରିଲ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି । ୨୦୨୭ ରେ ହେବ ପଞ୍ଚାୟତ ନିର୍ବାଚନ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ । ଚଳିତ ଏପ୍ରିଲ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ କରିପାରିବେ ।
୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ଏପ୍ରିଲ ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ ରେ ଚିଠା ବିଜ୍ଞପ୍ତି ଏବଂ ୨୯ ରେ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ ଏବଂ ମହିଳାଙ୍କ ପାଇଁ ସଂରକ୍ଷଣ ରହିବ ୫୦ ପ୍ରତିଶତ ସିଟ ରହିବ ।






