AK ଆହତ ହୋଇଥିବା ଲୋକଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ୨ ଜଣ ୱାର୍ଡରେ ଆଡମିଟ ହୋଇଥିବା ବେଳେ ଆଉ ୧୭ ଜଣ ସାମାନ୍ୟ ଆହତ ହୋଇଛନ୍ତି । କେରଳମ ସ୍ୱାସ୍ଥ୍ୟ ମନ୍ତ୍ରୀ ବୀଣା ଜର୍ଜ ସମସ୍ତ ଆହତଙ୍କୁ ବିଶେଷ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

କେରଳମର ଥ୍ରୀସୁର ଜିଲ୍ଲା ଅନ୍ତର୍ଗତ ମୁଣ୍ଡାଥିକୋଡେ ଅଞ୍ଚଳରେ ଥିବା ଗୋଟିଏ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ । ଏଥିରେ ୧୩ ଜଣ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି । କେରଳମର ଥ୍ରୀସୁର ଜିଲ୍ଲା ଅନ୍ତର୍ଗତ ମୁଣ୍ଡାଥିକୋଡେ ଅଞ୍ଚଳରେ ଥିବା ଗୋଟିଏ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ । ଏଥିରେ ୧୩ ଜଣ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି ।
ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ୨ ଲକ୍ଷ ଟଙ୍କା ଲେଖାଏ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଏହାବାଦ ସେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।






