ଏ.କେ ବ୍ୟୁରୋ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ବନ୍ୟା ପ୍ରଭାବିତ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି ମାନ୍ୟବର ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ l

ମହାନଦୀ ବନ୍ୟାଞ୍ଚଳ ଦ୍ୱାରା ପ୍ରଭାବିତ କୁମାରୀ, କୁଶାସିଙ୍ଗା, କୁଡ଼ାସିଙ୍ଗା, ଖଣ୍ଡିଧଳପୁର ଓ ପାଣିଘରା ପ୍ରଭୃତି ଗ୍ରାମ ବୁଲି ଦେଖିବା ସହ ବିଧାୟକ ସ୍ଥାନୀୟ ଲୋକ ଓ ଚାଷୀମାନଙ୍କ ସହ ଆଲୋଚନା କରି ସେମାନଙ୍କ ଦୁର୍ଦ୍ଦଶା ବୁଝିଥିଲେ। ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। କୁଶଙ୍ଗ ପଞ୍ଚାୟତଠାରେ କୃଷି, ରାଜସ୍ୱ, ଜଳସମ୍ପଦ ଓ ପଞ୍ଚାୟତିରାଜ ବିଭାଗର ଅଧିକାରୀମାନଙ୍କୁ ନେଇ ଏକ ଜରୁରୀ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ପାଖରେ ତୁରନ୍ତ ସରକାରୀ ସହାୟତା ପହଞ୍ଚାଇବା ସହ ଫସଲ ଓ ଅନ୍ୟାନ୍ୟ କ୍ଷୟକ୍ଷତିର ସଠିକ୍ ଆକଳନ କରି ଶୀଘ୍ର ରିପୋର୍ଟ ପ୍ରଦାନ କରିବାକୁ ପ୍ରଶାସନକୁ ବିଧାୟକ ଶ୍ରୀ ସରୋଜ କୁମାର ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି ।
ବୌଦ୍ଧରୁ କୃତ୍ତିବାସ ପଳିଆଙ୍କ ସହ ଜିଲ୍ଲା ପ୍ରତିନିଧି ସବ୍ୟସାଚୀ କର୍ଣ୍ଣଙ୍କ ରିପୋର୍ଟ ଆପଣଙ୍କ ଖବର






