ବୀରମହାରାଜପୁର, ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମପଞ୍ଚାୟତର ବିକଳପୁର ଗ୍ରାମରେ ଆଜି ଅକସ୍ମାତ ବ୍ରଜ୍ରଘାତ ଘଟଣାରେ ଜଣେ ଛୋଟ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ କମିରା ଗ୍ରାମର ଆଉ ଦୁଇ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଆହତ ଦୁଇ ଜଣଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ସେମାନଙ୍କ ଅବସ୍ଥା ଚିନ୍ତାଜନକ ରହିଛି।
ଏହି ଦୁଃଖଦ ଘଟଣାରେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ନାରାୟଣ ଲୁହା ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ମୃତ ଶିଶୁଙ୍କ ପରିବାରବର୍ଗଙ୍କୁ ସାକ୍ଷାତ କରି ସମବେଦନା ଜଣାଇବା ସହ ଏହି ଅପୂରଣୀୟ କ୍ଷତିକୁ ସହ୍ୟ କରିବା ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।

ସେହିପରି ଗୁରୁତର ଆହତ ଦୁଇ ଜଣଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ ପ୍ରଶାସନ ପକ୍ଷରୁ ସମସ୍ତ ଆବଶ୍ୟକ ସହଯୋଗ ଓ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଦାବି କରିଛନ୍ତି। ଘଟଣାଟି ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।






