AK ଭୋଟର ତାଲିକାରୁ ୯ ଲକ୍ଷ ୮୦ ହଜାର ଭୋଟର ବାଦ୍ ପଡ଼ିବା ପ୍ରସଙ୍ଗରେ ବିଜେଡିର ଚିଠି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖିଛନ୍ତି ବିଜେଡି ସାଂସଦ ସସ୍ମିତ୍ ପାତ୍ର । ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ୍ ବା ଏସ.ଆଇ.ଆରକୁ ନେଇ ଅଭିଯୋଗ ଆଣିଛନ୍ତି ସାଂସଦ ସସ୍ମିତ ପାତ୍ର ।

ଭୋଟର ତାଲିକାରୁ ୯ ଲକ୍ଷ ୮୦ ହଜାର ଭୋଟର ବାଦ୍ ପଡ଼ିବା ପ୍ରସଙ୍ଗରେ ବିଜେଡିର ଚିଠି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖିଛନ୍ତି ବିଜେଡି ସାଂସଦ ସସ୍ମିତ୍ ପାତ୍ର । ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ୍ ବା ଏସ.ଆଇ.ଆରକୁ ନେଇ ଅଭିଯୋଗ ଆଣିଛନ୍ତି ସାଂସଦ ସସ୍ମିତ ପାତ୍ର । ଭୋଟର ତାଲିକା ଗଣତନ୍ତ୍ର ପାଇଁ ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । ପ୍ରାଥମିକ ଯାଞ୍ଚରେ ଏତେ ସଂଖ୍ୟକ ଭୋଟରଙ୍କ ନାଁ ବାଦ୍ ପଡ଼ିଛି, ଯାହା ସ୍ୱଚ୍ଛତା ଉପରେ ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ଲେଖିଛନ୍ତି । ପ୍ରକୃତ ଭୋଟର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇପାରନ୍ତି । ଏହା ନିର୍ବାଚନର ନିରପେକ୍ଷତାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । ତେଣୁ ସମ୍ପୂର୍ଣ୍ଣ ପ୍ରକ୍ରିୟାର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି ।






