ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଆଜି ୪୭,୬୦୦ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଲୋକାର୍ପଣ ତଥା ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ସମ୍ମିଳନୀରେ ମାନ୍ୟବର ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମଲୋଚନ ପଣ୍ଡା ଓ ତାଙ୍କର ପ୍ରତିନିଧି ତଥା ବାଲେଶ୍ୱର ଜିଲ୍ଲା ସାଧାରଣ ସମ୍ପାଦକ, ଯୁବନେତା ଡା. ଅଣୁମାଧବ ପଣ୍ଡା (ଅନି ନନା) ଯୋଗ ଦେଇଥିଲେ।
ଏହି ଅବସରରେ ମାନନୀୟ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ତଥା ସାଂସଦ ଶ୍ରୀ ମନମୋହନ ସାମଲ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମନ୍ତ୍ରିମଣ୍ଡଳର ସଦସ୍ୟଗଣ, ସାଂସଦଗଣ, ବିଧାୟକଗଣ ଏବଂ ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।






