AK ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ଭବନ ଠାରେ ଭିନ୍ନକ୍ଷମ ଅଧିକାର ଆଇନ, ୨୦୧୬ ସମ୍ପର୍କରେ ଏକ ସଚେତନତା ଶିବିର ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା ।

ଶିବିରରେ ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ଶ୍ରୀମତୀ ବ୍ରତତୀ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିନ୍ନକ୍ଷମଙ୍କ ଅଧିକାର ସୁରକ୍ଷା ଓ ସରକାରୀ ସୁବିଧା ସମ୍ପର୍କରେ ମତ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ଉପଜିଲ୍ଲାପାଳ ଡ଼. ସୌମ୍ୟରୂପା ରଥ ସହ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଶିବିରରେ ଭିନ୍ନକ୍ଷମ ଅଧିକାର ଆଇନ, ଆରକ୍ଷଣ ବ୍ୟବସ୍ଥା, ଚାକିରୀରେ ସୁବିଧା, ଆଇନ ଉଲ୍ଲଂଘନରେ ଦଣ୍ଡବିଧାନ ଓ ସରକାରୀ ସହାୟତା ଯୋଜନା ବିଷୟରେ ସଚେତନତା ସୃଷ୍ଟି କରାଯାଇଥିଲା ।ବକ୍ତାମାନେ ଭିନ୍ନକ୍ଷମମାନଙ୍କ ପାଇଁ ସୁଗମ ଓ ସହଜ ପରିବେଶ ସୃଷ୍ଟିର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ । ସେଥିପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରଖି ସମସ୍ୟାର ଶୀଘ୍ର ସମାଧାନ କରିବାକୁ ଆହ୍ୱାନ କରାଯାଇଥିଲା ।
ବୀରମହାରାଜପୁର ବ୍ଲକ ରୁ ଯୁଧିଷ୍ଠିର ଖମାରୀ ଙ୍କ ରିପୋର୍ଟ ଆପଣଙ୍କ ଖବର






