AK ବୌଦ୍ଧ, ମନମୁଣ୍ଡା: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଜୁନାନି-ଗଵଯୋର ରାସ୍ତାରେ ଆଜି ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବରପଦର ଗାଁର ଶିକ୍ଷକ ନିବେଦନ ସାହୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।

ଅନ୍ୟ ଜଣେ ଆରୋହୀ କାଳିଆ ମେହେର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଉନ୍ନତ ଚିକିତ୍ସା ପାଇଁ ବୁର୍ଲା ମେଡିକାଲକୁ ସ୍ଥାନ୍ତର କରାଯାଇଛି। ଖବର ପାଇ ମନମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି। ଶିକ୍ଷକ ନିବେଦନ ସାହୁଙ୍କ ଅକାଳ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
କଣ୍ଟାମାଳ ରୁ ରାଜା ମହାକୁଡଙ୍କ ରିପୋର୍ଟ [ ଆପଣଙ୍କ ଖବର ]






