ଭୁବନେଶ୍ବର/କଟକ,ଏ.କେ ବ୍ୟୁରୋ : ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ। ଏନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ। ସେ ନିଜର ଇସ୍ତଫାପତ୍ରରେ ଦର୍ଶାଇଛନ୍ତି ଯେ ଦଳ ପାଇଁ ନିଜକୁ ଉତ୍ସର୍ଗ କରିଛି। ଦଳରେ ମୋତେ ଯଥେଷ୍ଟ ସମ୍ମାନ ଓ ଗୁରୁତ୍ୱ ମିଳୁନଥିଲା ମୋର ସେବାକୁ ଦଳ ଆଉ ଦରକାର କରୁନାହିଁ।
ବିଜେପିରେ ସାମିଲ ହେବେ ଦେବାଶିଷ
ସେ ଆଜି ଅପରାହ୍ଣରେ ବିଜେପିରେ ସାମିଲ ହେବେ ବୋଲି ସୂଚନା ମିଳିଛି।
ବିଜେଡି ରାଜନୀତିରେ ପୁଣି ଏକ ବଡ଼ କମ୍ପନ ସୃଷ୍ଟି ହୋଇଛି। ରାଜ୍ୟସଭା ସଦସ୍ୟ ତଥା ତିନିଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ସେ ଦଳ ଛାଡୁଥିବା ସଂପର୍କରେ ଉପର ମହଲରେ ଆଲୋଚନା ଜୋର୍ ଧରିଥିଲା।
ଦେବାଶିଷ ଉଭୟ ବିଜେଡି ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେବେ ଏବଂ ତାଙ୍କୁ ବିଜେପି ପକ୍ଷରୁ ପୁଣି ରାଜ୍ୟସଭାକୁ ମନୋନୀତ କରାଯିବ। ଏହି ପ୍ରକାର ଘଟଣାକ୍ରମ ଯଦି ସତ ହୁଏ, ତା’ହେଲେ କଟକ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ।
ପୂର୍ବରୁ ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍କ ଅତ୍ୟନ୍ତ ଘନିଷ୍ଠ ଥିବା ଦେବାଶିଷ ବିଭିନ୍ନ କାରଣରୁ ଅସନ୍ତୁଷ୍ଟ ଥିଲେ। ନବୀନ ଓ ତାଙ୍କ ମଧ୍ୟରେ ଦୂରତା ସୃଷ୍ଟି କରାଯାଇ ଆସୁଥିଲା। ତାଙ୍କର ଅନୁଗତମାନଙ୍କୁ ଦଳରେ ଗୁରୁତ୍ବ ଦିଆଯାଉ ନ ଥିଲା।
ଏମିତିକି ତାଙ୍କୁ ଯେଉଁ ବରିଷ୍ଠ ଉପସଭାପତି (ବରିଷ୍ଠ ନାଗରିକ) ପଦ ଦିଆଯାଇଥିଲା, ତାହାକୁ ଦେବାଶିଷ ପ୍ରତ୍ୟାଖ୍ୟାନ କରିଥିଲେ। ଗତ କିଛି ମାସ ହେଲା ଦେବାଶିଷ ବି ଦଳ ଭିତରେ ଘଟୁଥିବା ପରିବର୍ତ୍ତନ ସଂପର୍କରେ କୌଣସି ଟୀକା ଟିପ୍ପଣୀ ଦେବାରୁ ନିଜକୁ ଦୂରେଇ ରଖୁଥିଲେ। ଦେବାଶିଷ ଯଦି ବିଜେପିରେ ଯୋଗ ଦିଅନ୍ତି, ତେବେ ତାହାର ପ୍ରଭାବ କଟକ, ତିର୍ତ୍ତୋଲ ଓ ପାରାଦୀପ ରାଜନୀତିରେ ଅନୁଭୂତ ହେବ ବୋଲି ଆକଳନ






