ସିନାପାଲି (ପରମେଶ୍ୱର ମେହେର ): ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଅର୍ମେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଶିଶୁ ସୁରଭି ମହୋତ୍ସବ-୨୦୨୬ରେ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ହାସଲ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ସିନାପାଲି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଅଭିନନ୍ଦନ ସମ୍ବର୍ଦ୍ଧନା ସମାରୋହ ମାଧ୍ୟମରେ ସମ୍ମାନିତ କରାଯାଇଛି।
ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ହୀରାଲାଲ ନିଆଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହକୁ ଶିକ୍ଷକ ଶ୍ରୀଯୁକ୍ତ କେଦାର ଗୌରୀ ନାରାୟଣ ଜାଲ ପରିଚାଳନା କରିଥିବା ବେଳେ ଉପସ୍ଥିତ ଅତିଥିମାନଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇଥିଲେ।
ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସିନାପାଲି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଗୋବିନ୍ଦପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଦେବାନନ୍ଦ ବାଗ ଯୋଗଦେଇଥିଲେ।
ସେହିପରି ସମ୍ମାନିତ ଅତିଥି ଭାବେ ଗୋବିନ୍ଦପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଯଯାତି କେଶରୀ ନାରାୟଣ ଜାଲ, ସହଶିକ୍ଷକ ଶ୍ରୀଯୁକ୍ତ ନିରାକାର ସାଗର, ଯୁବ ସାମ୍ବାଦିକ ଝଙ୍କେଶ୍ୱର ବନ୍ଦିଛୋର, ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଉପେନ୍ଦ୍ର ହଂସ, ବରିଷ୍ଠ ସହଶିକ୍ଷକ ଶ୍ରୀଯୁକ୍ତ ଟିକଧର ସୁନାନୀ, ଶ୍ରୀଯୁକ୍ତ ତିଲକୁମାର ତାଣ୍ଡି ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ନିତ୍ୟ ପୁଞ୍ଜି ,ପ୍ରମୁଖ ମଞ୍ଚାସୀନ ଥିଲେ।
ସମାରୋହରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଗହୀରଙ୍କ ସମେତ ମଞ୍ଚାସୀନ ଅତିଥିମାନେ କୃତୀ ଛାତ୍ରଛାତ୍ରୀଙ୍କୁ ଫୁଲତୋଡ଼ା ପ୍ରଦାନ କରି ଉତ୍ସାହିତ କରିବା ସହ ସେମାନଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇଥିଲେ। ଏଥିସହ ଆଗାମୀ ଦିନରେ ରାଜ୍ୟସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଯୋଗଦେଇ ନିଜର ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହ ଓ ପ୍ରେରଣା ଦିଆଯାଇଥିଲା।
ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ, ସୃଜନଶୀଳତାର ପ୍ରୋତ୍ସାହନ ଏବଂ ସାଂସ୍କୃତିକ ଦକ୍ଷତାର ପରିପ୍ରକାଶ ପାଇଁ ଏଭଳି କାର୍ଯ୍ୟକ୍ରମ ଏକ ଉତ୍ତମ ମାଧ୍ୟମ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।
ଜିଲ୍ଲାସ୍ତରୀୟ ଶିଶୁ ସୁରଭି ମହୋତ୍ସବରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା






